Sunday, March 29, 2026
39.2 C
Odisha

    ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡିଶା ବନ୍ଦ ଡାକରା ଦେଲା କଂଗ୍ରେସ। ବାଲେଶ୍ୱର ଘଟଣାକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଥିବାବେଳେ ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଆଜି ସବୁ ସହରରେ କ୍ୟାଣ୍ଡେଲ ଜାଳି ମୃତା ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କରାଯିବ। ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ ସୂଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ଶେଷରେ ବିଜେପି ଦଳର ଏବିଭିପିର ଝିଅ ବି ବାଦ୍ ପଡିଲାନି । ଛାତ୍ରୀ ଜଳୁଥିବା ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେନି। ବିଜେପି ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣୁନାହାନ୍ତି। ନୈତିକତା ଦୃଷ୍ଟିରୁ ଶାସନରୁ ଗାଦିରୁ ଏ ସରକାର ଓହରିଯିବା ଦରକାର। ତାଙ୍କ ଦଳ ଏବିଭିପି ର ଝିଅକୁ ହତ୍ୟା କରିଛନ୍ତି। ଯାହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି ପିସିସି ସଭାପତି ଶ୍ରୀଯୁକ୍ତ ଦାସ। ଏଥିରେ କଂଗ୍ରେସ ସମେତ ୮ଟି ସମଭାବାପନ୍ନ ଦଳ ସାମିଲ ହେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.2 ° C
    39.2 °
    39.2 °
    13 %
    4.1kmh
    4 %
    Sun
    40 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ