Friday, October 2, 2026
25.2 C
Odisha

    ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ  ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି  ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ।  ୨୪ରେ ଆବାସ ପୋର୍ଟାଲର ବିଧିବଦ୍ଧ ଲଞ୍ଚ କରିବେ ରାଜ୍ୟ ସରକାର|  ଦେଢ଼ରୁ ୨ ମାସ ଚାଲିବ ଆବାସ ସର୍ଭେ। ଏଥିପାଇଁ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି।

    ମନ୍ତ୍ରୀ ରବି ନାରାୟଣ ନାୟକ ଆହୁରି କହିଛନ୍ତି, ବିଜୁ ପକ୍କାଘର ଆଉ ନାହିଁ। ବିଜୁ ପକ୍କାଘରର ଛାପା ବା ସିଲଟ ଘର ଆଗରେ ଅଛି,  ଖୁବଶୀଘ୍ର ଲୋକେ ତାକୁ ହଟେଇଦେବେ। ବିଜୁ ପକ୍କା ଘର କୋଉଠି ଥିଲା ? ୩ ଲକ୍ଷ ୧୨ ହଜାର ଦେଇଥିଲେ, କିନ୍ତୁ ବାହା ବାହା ନେଉଥିଲା ପୂର୍ବ ସରକାର। ପୂର୍ବ ସରକାରର ଆନ୍ତରିକତା ନଥିଲା। ବିଜୁ ପକ୍କାଘରର ତାଲିକା ଆମ ପାଖରେ ନାହିଁ। ଆମେ ଓଡ଼ିଆ ହତଭାଗା ହେଲୁ ତାଲିକା ନାହିଁ। ବିଜୁ ପକ୍କା ଘର ନାହିଁ, କିନ୍ତୁ ଛାପା ଅଛି, ଲୋକେ କାଢିବେ , ଛାପା ବା ଘରେ ସିଲଟ ଲଗେଇଛନ୍ତି, ସେ ସିଲଟ ଉଠିବ।

    ପୂର୍ବରୁ ବାଇକ୍‌, ଫ୍ରିଜ୍‌ ଓ ଲ୍ୟାଣ୍ଡଲାଇନ ଫୋନ୍‌ ଥିଲେ ଆବାସ ଘର ମିଳିବନି ବୋଲି ନିୟମ ଥିଲା। କିନ୍ତୁ ଏହାକୁ  ବଦଳା ଯାଇଛି । ଏ ସବୁ ଥିଲେ ବି ଆବାସ ଘର ଦିଆଯିବ। ପୂର୍ବରୁ ପରିବାରର ମାସିକ ଆୟ ସୀମା ସର୍ବାଧିକ ୧୦ ହଜାର  ରହିଥିଲା । ଏହାକୁ ୧୫ ହଜାର କରାଯାଇଛି ବୋଲି ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ଦିବ୍ୟାଙ୍ଗ ଓ ବିଧବାମାନଙ୍କୁ ଅଗ୍ରାଧିକାର ଦିଆଯିବ। ୨ ମାସ ମଧ୍ୟରେ ଏହାର  ରି-ସର୍ଭେ କରାଯିବ। ଏହି ଅବଧି ମଧ୍ୟରେ  ଆବେଦନ ଓ ଅନଲାଇନ୍ ମାଧ୍ୟମରେ ସେସବୁର ଯାଞ୍ଚ୍ କରାଯିବ। ଆବାସ ଘର ବଣ୍ଟାରେ ଏଣିକି ରାଜନୈତିକ ହସ୍ତକ୍ଷେପ ହେବ ନାହିଁ। ଯୋଗ୍ୟ ହିତାଧିକାରୀକୁ ଆବାସ ଘର ଦେବାରୁ କେହି ଚାହିଁଲେ ବି ଅଟକାଇ ପାରିବେ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ