Friday, May 1, 2026
37.5 C
Odisha

    ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ

    ଆଗକୁ ପଢନ୍ତୁ

    ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ।
    ଗତକାଲି କନ୍ଧମାଳ ଜିଲାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬ ଦଶମିକ ୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝର ଜିଲାର କେତେକ ସ୍ଥାନରେ ଘନକୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି । ଅନ୍ୟପକ୍ଷରେ ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଓଡ଼ିଶାରେ ଲଘୁଚାପର ପ୍ରଭାବ ରହିବା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    37.5 ° C
    37.5 °
    37.5 °
    21 %
    0.3kmh
    60 %
    Fri
    37 °
    Sat
    42 °
    Sun
    41 °
    Mon
    39 °
    Tue
    36 °

    ସମ୍ବନ୍ଧିତ