Saturday, March 21, 2026
26.1 C
Odisha

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଗୋପ : ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ।  ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।  ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ।  ତେବେ ଆସନ୍ତା ଦୁଇ ଦିନ ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ତାଣ୍ଡବ ରଚିପାରେ କାଳବୈଶାଖୀ ।  ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି ।  ଦୁଇ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।

    ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଏହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ ନବରଙ୍ଗପୁର ଓ ମାଲକାନଗିରି ।  ଆସନ୍ତାକାଲି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।

    ଏହି ଦୁଇ ଜିଲ୍ଲାରେ ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।  ତେବେ କାଲି ଏହି ଦୁଇ ଜିଲ୍ଲାକୁ ମିଶାଇ ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ୧୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।  ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.1 ° C
    26.1 °
    26.1 °
    39 %
    0.7kmh
    81 %
    Sat
    25 °
    Sun
    33 °
    Mon
    35 °
    Tue
    38 °
    Wed
    38 °

    ସମ୍ବନ୍ଧିତ