Thursday, February 19, 2026
33.2 C
Odisha

    ଆସନ୍ତା ୯ ତାରିଖ ବେଳକୁ ଆଉ ଏକ ଲଘୁଚାପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ଥିବା ଅବପାତ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି ।

    ଏହା ଛତିଶଗଡ଼ ଦେଇ ଉତ୍ତର ଦିଗକୁ ଗତି ଧୀରେ ଧୀରେ ଦୁର୍ବଳ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

    ପ୍ରବଳ ସମ୍ଭାବନା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.2 ° C
    33.2 °
    33.2 °
    18 %
    3.1kmh
    92 %
    Thu
    32 °
    Fri
    35 °
    Sat
    36 °
    Sun
    36 °
    Mon
    36 °

    ସମ୍ବନ୍ଧିତ