Thursday, March 26, 2026
37.1 C
Odisha

    ଆସିଲା ନୂଆ ୩ ବର୍ଷିଆ ଅବକାରୀ ନୀତି, ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବା ନିମନ୍ତେ ଅନୁମତି ନାହିଁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସିଲା ନୂଆ ୩ ବର୍ଷିଆ ଅବକାରୀ ନୀତି । ୧ ଏପ୍ରିଲରୁ ଲାଗୁ ହେବ । ନୂଆ ନୀତି ଅନୁଯାୟୀ ରାଜ୍ୟରେ ନୂଆ OFF କିମ୍ବା OS ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । ଗ୍ରାମୀଣ ଅଞ୍ଚଳରେ ମଧ୍ୟ ନୂଆ ମଦ ଦୋକାନ ଖୋଲିବା ନିମନ୍ତେ ଅନୁମୋଦନ ଦିଆଯିବ ନାହିଁ । କେବଳ ଶିଳ୍ପାଞ୍ଚଳର ୩-ତାରକା ଓ ତାହା ଠାରୁ ଉପର ହୋଟେଲ୍ ଓ କ୍ଲବ୍ ପାଇଁ ଛାଡ଼ ରହିବ । ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ମଦ ଦୋକାନ ଚାଲୁ ହେବ ନାହିଁ । ଏହା ସହିତ ଘରକୁ ମଦ ପହ ଞ୍ଚାଇବାକୁ ମଧ୍ଯ ଅନୁମତି ଦିଆଯିବ ନାହିଁ । ନୂଆ ନୀତି ଅଧୀନରେ ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ଲାଗିବ ।

    ସେସ୍ ରୁ ଆସୁଥିବା ଆୟ ଡି-ଆଡିକ୍ସନ କେନ୍ଦ୍ର ସ୍ଥାପନ ଓ ସୁଦୃଢ଼ କରିବାରେ ବ୍ୟୟ କରାଯିବ । ବିଭିନ୍ନ ଅବକାରୀ ଲାଇସେକ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ । ଲାଇସେକ୍ସ ଶୁଳ୍କ ପ୍ରତି ବର୍ଷ ୧୦ ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧିପାଇବ । IMFL ଓ ଦେଶୀ ମଦ (CL) ଉପରେ ଅବକାରୀ ଶୁଳ୍କ ମଧ୍ଯ ବଢ଼ାଯାଇଛି । ପୂର୍ବରୁ ଲାଇସେନ୍ସଧାରୀଙ୍କ ପାଇଁ ନିର୍ଦ୍ଦିଷ୍ଟ ପରିମାଣର ମଦ ବିକ୍ରୟ ପାଇଁ ନିୟମ ରହୁଥିଲା । ଏବେ ଏହା ବଦଳରେ ଏକ ନିର୍ଦ୍ଦିଷ୍ଟ ପରିମାଣର ରାଜସ୍ବ ଦେବାକୁ ନିୟମ ପ୍ରବର୍ତ୍ତନ ହୋଇଛି । ଏହା ଦ୍ବାରା ସରକାରୀ ରାଜସ୍ୱ ସୁରକ୍ଷିତ ହେବ । ବ୍ୟବସାୟୀମାନଙ୍କୁ କେବଳ ପରିମାଣ ଲକ୍ଷ୍ୟ ପୂରଣ ପାଇଁ ବିକ୍ରି ବଢ଼ାଇବାର ଚାପ ହ୍ରାସ ପାଇବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    19 %
    2.7kmh
    2 %
    Thu
    37 °
    Fri
    40 °
    Sat
    40 °
    Sun
    41 °
    Mon
    41 °

    ସମ୍ବନ୍ଧିତ