Sunday, October 18, 2026
24 C
Odisha

    ଆସୁଛି ଆଉ ଏକ ଲଘୁଚାପ, ୨୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ । ଏହାର ପ୍ରଭାବରେ ୩ରୁ ୬ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରବଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

    ଏନେଇ କିଛି ପାଣି ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବର, କଟକ ସମେତ ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା । ଗତ ରାତିରୁ ବର୍ଷା ଲାଗି ରହିଛି । ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ । ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ୫ ଦିନ ଯାଏ ବର୍ଷା ଲାଗି ରହିବ ।

    ଏହାସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୯ ତାରିଖ ପରଠାରୁ ରାଜ୍ୟରେ କମିବ ବର୍ଷା ପରିମାଣ । ୩ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    86 %
    0.3kmh
    100 %
    Sun
    30 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ