ଭୁବନେଶ୍ୱର : ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ । ପରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ।
ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବ। ଫଳରେ ସୀମାନ୍ତବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏବଂ ଅନ୍ୟ ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ୱାର୍ଣ୍ଣି ଜାରି କରାଯାଇଛି । ଆସନ୍ତା କାଲି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆୟ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗକୁ ଲଘୁଚାପ ଥିବାରୁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।