Tuesday, June 30, 2026
26.1 C
Odisha

    ଆସୁଛି ବଡ଼ ଲଘୁଚାପ, 3 ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍ ଆଲର୍ଟ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ଉଭା ହୋଇଛି। ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ।  ଏହା ଆସନ୍ତା ୨୪ ଘଣ୍ଟାରେ ଅଧିକା ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ୧୯ ତାରିଖ ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବା । ପ୍ରଭାବରେ ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷର ସମ୍ଭାବନା ରହିଛି ।

     

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    very heavy rain
    26.1 ° C
    26.1 °
    26.1 °
    83 %
    1.8kmh
    100 %
    Mon
    25 °
    Tue
    30 °
    Wed
    32 °
    Thu
    32 °
    Fri
    30 °

    ସମ୍ବନ୍ଧିତ