Monday, March 17, 2025
39.1 C
Odisha

    ଆସୁଛି ବାତ୍ୟା, ପ୍ରଭାବରେ ଓଡ଼ିଶାରେ ଛେଚିବ

    ଆଗକୁ ପଢନ୍ତୁ

    ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି ହଠାତ୍‌ ଏହାର ଦିଗ ବଦଳାଇଥିବା ସୂଚନା ମିଳିଛି । ଏହା ଘଣ୍ଟା ପ୍ରତି ୩ କିଲୋମିଟରରୁ ୧୦ କିଲୋମିଟର ବେଗରେ ଗତି କରୁଛି । ତେବେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟ। ଏହା ଉତ୍ତର ଦିଗକୁ ଯିବାର ସମ୍ଭାବନା ଅଛି । ଏହା ୩୦ ତାରିଖରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଆଶା କରାଯାଉଛି । ବାତ୍ୟା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପ ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ। ଏଥିସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    14 %
    3.6kmh
    7 %
    Mon
    40 °
    Tue
    39 °
    Wed
    40 °
    Thu
    40 °
    Fri
    37 °

    ସମ୍ବନ୍ଧିତ