Wednesday, October 14, 2026
26.2 C
Odisha

    ଆସୁଛି ବାତ୍ୟା ‘ଶକ୍ତି’: ଓଡ଼ିଶା ଉପକୂଳ ଓ ବାଂଲାଦେଶରେ ପଡିବ ପ୍ରଭାବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସୁଛି ଏକ ବଡ ବାତ୍ୟା। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ମେ ୨୩ରୁ ୨୮ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ବାତ୍ୟାରେ ପରିଣତ ହୋଇ ୨୪ରୁ ୨୬ତାରିଖ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଛି । ଏହା ଓଡ଼ିଶା ଉପକୂଳ ଓ ବାଂଲାଦେଶର ଚତୋଗ୍ରାମରେ ପ୍ରଭାବ ପକାଇପାରେ । ଏନେଇ ବାଂଲଦେଶ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସାମ୍ଭାବ୍ୟ ବାତ୍ୟାର ନାଁ ଶକ୍ତି ରଖାଯାଇଛି ।

    ଘୂର୍ଣ୍ଣିଝଡର ପ୍ରାଥମିକ ପ୍ରଭାବ ବାଂଲାଦେଶ ଉପରେ ପଡିବାର ଆଶଙ୍କା କରାଯାଉଥିବା ବେଳେ ଓଡ଼ିଶାର ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ ଏବଂ ଖୋର୍ଦ୍ଧାରେ ମଧ୍ୟମ ପ୍ରଭାବ ପଡିପାରେ । ଏହି ଅଞ୍ଚଳରେ ୨୪ରୁ ୨୭ ମେ ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ୪୦ରୁ ୬୦କି.ମି ବେଗରେ ପବନ ବହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସୂଚନା ଅନୁସାରେ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବିଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ, ନିକୋବର ଦ୍ୱୀପପୁଞ୍ଜ ଏବଂ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଏହି ସମୟରେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ ସୃଷ୍ଟି ହେବାର ସମ୍ଭାବନା ଅଧିକ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    85 %
    1.6kmh
    37 %
    Wed
    24 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ