Wednesday, November 5, 2025
26.5 C
Odisha

    ଆସୁଛି ଲଘୁଚାପ, ୮ ତାରିଖ ତାରିଖ ଯାଏଁ ଅଧା ଓଡ଼ିଶାକୁ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଆସନ୍ତା ୧୧ ତାରିଖ ବେଳେକୁ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି। ଅନ୍ୟପଟେ ୮ ତାରିଖ ତାରିଖ ଯାଏଁ ଅଧା ଓଡ଼ିଶାକୁ ୱାର୍ଣ୍ଣିଂ।

    ଆଜି ଓ ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖ ଦିନ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦କିମି ବେଗରେ ଝଟକା ପବନ ନେଇ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

    ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୭ ତାରିଖ ଦିନ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନକେନ୍ଦ୍ର । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    26.5 ° C
    26.5 °
    26.5 °
    58 %
    2.4kmh
    17 %
    Wed
    25 °
    Thu
    28 °
    Fri
    28 °
    Sat
    27 °
    Sun
    25 °

    ସମ୍ବନ୍ଧିତ