Sunday, May 4, 2025
38.3 C
Odisha

    ଆହୁରି ଘନୀଭୂତ ହେଲା ଲଘୁଚାପ କ୍ଷେତ୍ର, ୧୦ ଓ ୧୧ରେ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେଲା ଲଘୁଚାପ କ୍ଷେତ୍ର । ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଆଗାମୀ ୨୪ ଘଣ୍ଟା ଯାଏ ତୀବ୍ରତା ବଜାୟ ରଖିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର- ଉତ୍ତର ପୂର୍ବ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦୁର୍ବଳ ହେବ ଲଘୁଚାପ । ଏହା ପ୍ରଭାବରେ ୧୦ ଓ ୧୧ ତାରିଖରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ।  ତେବେ ଆଜି ଓ ଆସନ୍ତାକାଲି ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।ସେହିପରି ଆଜି କିଛି କିଛି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି । ୯ତାରିଖରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ଗତକାଲ୍ ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ୪୨.୭ ଡିଗ୍ର ସହ ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.3 ° C
    38.3 °
    38.3 °
    18 %
    3.4kmh
    5 %
    Sun
    37 °
    Mon
    40 °
    Tue
    41 °
    Wed
    42 °
    Thu
    43 °

    ସମ୍ବନ୍ଧିତ