Monday, November 17, 2025
25.2 C
Odisha

    ଆହୁରି ବର୍ଷିବ,୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆଜି ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

    ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଗୋଟେ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.2 ° C
    25.2 °
    25.2 °
    36 %
    1.8kmh
    0 %
    Mon
    25 °
    Tue
    25 °
    Wed
    27 °
    Thu
    27 °
    Fri
    29 °

    ସମ୍ବନ୍ଧିତ