Monday, July 13, 2026
27.3 C
Odisha

    ଆହୁରି ବର୍ଷିବ,୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆଜି ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

    ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଗୋଟେ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    69 %
    2.4kmh
    90 %
    Sun
    27 °
    Mon
    34 °
    Tue
    27 °
    Wed
    31 °
    Thu
    34 °

    ସମ୍ବନ୍ଧିତ