ଭୁବନେଶ୍ବର : ଆହୁରି ୨ ଦିନ ପ୍ରବଳ ବର୍ଷା । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗର- ଉତ୍ତର ଆନ୍ଦ୍ୟପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ସମ୍ଭାବନା । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ । ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।