Saturday, March 14, 2026
23.2 C
Odisha

    ଆହୁରି ୫ଦିନ ବର୍ଷା !

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆହୁରି ୫ ଦିନ ବର୍ଷା ବର୍ଷା ସମ୍ଭାବନା । ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ସପ୍ତାହ ଆରମ୍ଭରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ।

    ସେପଟେ ବଙ୍ଗୋପ ସାଗରରେ ସକ୍ରିୟ ଥିବା ଲଘୁଚାପ ଏବେ ଦୁର୍ବଳ ହୋଇ ଯାଇଛି । ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

    ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ପାଇଁ ୨୫ ଜିଲ୍ଲାକୁ ଆଲର୍ଟ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ