Sunday, September 27, 2026
27.3 C
Odisha

    ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ

    ଆଗକୁ ପଢନ୍ତୁ

    ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଏଇଇ ଶିଶିର କୁମାର ଦାଶଙ୍କ ସମ୍ପର୍କିତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଓଡ଼ିଶା ଭିଜିଲାନ୍ସ । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍‌ରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶଙ୍କ ସମ୍ପର୍କିତ ଭୁବନେଶ୍ୱର, ବ୍ରହ୍ମପୁର ଓ ମାଲକାନଗିରିର ୬ଟି ସ୍ଥାନରେ ଏହି ତଲାସି ଚାଲିଛି । ବ୍ରହ୍ମପୁର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଚଢ଼ାଉ କରାଯାଇଛି । ଏଥିରେ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଡିଏସ୍‌ପି, ୫ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଚାରି ମହଲା କୋଠା, ବ୍ରହ୍ମପୁର ନୀଳାଚଳ ନଗରସ୍ଥିତ ଦୁଇ ମହଲା କୋଠା ଓ ଗଞ୍ଜାମ ବାସୁଦେବପୁରସ୍ଥିତ ଏକ ଘରେ ତଲାସି ଚାଲିଛି । ସେହିପରି ବ୍ରହ୍ମପୁର ଗଜପତି ନଗରସ୍ଥିତ ପୈତୃକ ଘର, ମାଲକାନଗିରିର ଭଡ଼ା ଘର ଏବଂ ଡିଆରଡିଏ, ମାଲକାନଗିରିସ୍ଥିତ କାର୍ଯ୍ୟାଳୟ ପ୍ରକୋଷ୍ଠରେ ମଧ୍ୟ ଚଢ଼ାଉ ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.3 ° C
    27.3 °
    27.3 °
    75 %
    2kmh
    51 %
    Sun
    29 °
    Mon
    30 °
    Tue
    30 °
    Wed
    29 °
    Thu
    30 °

    ସମ୍ବନ୍ଧିତ