Sunday, October 18, 2026
23.2 C
Odisha

    ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସୋମବାର ସକାଳୁ ଏକ ବଡ ଖବର ସାମ୍ନାକୁ ଆସିଛି। ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଇସ୍ତଫା ଦେଇଛନ୍ତି। ସେ ୨୦୧୩ ବ୍ୟାଚର ଆଇପିଏସ। ଇସ୍ତଫା ଦେବା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, ସେ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଅନ୍ୟ କୌଣସି କାରଣ ନୁହେଁ। ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଛି, କୌଣସି ଚାପ ନଥିଲା। ଲୋକଙ୍କ ସେବା କରିବାର ସୁଯୋଗ ପାଇଛି। ଓଡିଶାର ଲୋକେ ବହୁତ ଭଲ। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମୋ ଉପରେ ରହୁ। ମୋ ଇସ୍ତଫା ଏପର୍ଯ୍ୟନ୍ତ ଗ୍ରହଣ କରାଯାଇନି ବୋଲି ମଧ୍ୟ କହିଛନ୍ତି। ପୂର୍ବରୁ ସେ କଟକ ଡିସିପି, ଅନୁଗୁଳ ଓ ଗଞ୍ଜାମ ଏସପି ଭାବେ କାମ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ