Saturday, March 14, 2026
22 C
Odisha

    ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ, ସୂଚନା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି । ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ଦିଆଯିବନି । ଏବେ ଇ-କେୱାଇସି ପ୍ରକ୍ରିୟାକୁ କେନ୍ଦ୍ର ସରକାରବନ୍ଦ କରିଦେଇଛନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

    ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି । ଏବେ ଆଉ ସମୟ ନାହିଁ । ଏବେବି କେଓ୍ୱାଇସି କରିନଥିବା ଲୋକଙ୍କ ଚାଉଳ ପଠାଯାଉଛି । ତାକୁ ଖୁବଶୀଘ୍ର ବନ୍ଦ କରିଦିଆଯିବ । ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ । ତେଣୁ ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ସମୟ ବଢାଇବେ, ତେବେ ଆମେ ମଧ୍ୟ ବଢାଇବୁ । ଯଦି କିଏ ବାଦ୍‌ ରହିଯାଇଥିବ, ତେବେ ସେମାନଙ୍କୁ ଲିଖିତ ଭାବେ ଦେବାକୁ ପଡିବ । ତାପରେ ଯାଇ ଆମେ ସେମାନଙ୍କ କଥା ବିଚାର କରିବୁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    43 %
    1.5kmh
    0 %
    Sat
    38 °
    Sun
    38 °
    Mon
    39 °
    Tue
    38 °
    Wed
    36 °

    ସମ୍ବନ୍ଧିତ