Friday, October 2, 2026
30.6 C
Odisha

    ଉଚ୍ଚ ରକ୍ତଚାପ ରୋଗୀମାନେ ଏପରି ନିଅନ୍ତୁ ନିଜ ଶରୀରର ଯତ୍ନ

    ଆଗକୁ ପଢନ୍ତୁ

    ରକ୍ତଚାପ ଆଜିକାଲି ସମୟର ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଅଧାରୁ ଅଧିକା ଲୋକ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ରକ୍ତଚାପର ଗୁଡ଼ାଏ କାରଣ ରହିଛି। ଜିନ୍, ପରିବେଶ, ଅନ୍ତର୍ନିହିତ ସ୍ୱାସ୍ଥ୍ୟ ସମସ୍ୟା, ହରମୋନ୍ ଅସନ୍ତୁଳନ ଏବଂ ଶାରୀରିକ ନିଷ୍କ୍ରିୟତା ସହିତ ଅନେକ କିଛି ଉଚ୍ଚ ରକ୍ତଚାପର କାରଣ ବନିଥାନ୍ତି। ଛାତି ଯନ୍ତ୍ରଣା, ମୁଣ୍ଡବିନ୍ଧା, ଛୋଟ ନିଶ୍ବାସ ଆଦି ରକ୍ତଚାପର ଲକ୍ଷଣ ହୋଇଥାଏ। ଆପଣ ଜାଣିଥିବେ ନିଶ୍ଚୟ ଯେ ଉଚ୍ଚ ରକ୍ତଚାପ ଥିବା ବ୍ୟକ୍ତିଙ୍କ ପାଇଁ ଜୀବନ ଏକ ପାଣି ଫୋଟକା ପରି। ଏଥିପାଇଁ ଏମାନଙ୍କୁ ଅଧିକ ସଚେତନ ହେବାକୁ ପଡ଼ିଥାଏ।

    ଉଚ୍ଚ ରକ୍ତଚାପର ମୁକାବିଲା ପାଇଁ ସୁସ୍ଥ ଖାଦ୍ୟ ସହିତ ଏକ ସୁସ୍ଥ ଜୀବନଶୈଳୀର ଆବଶ୍ୟକତା ରହିଛି। ପନିପରିବା, ଫଳ, ପ୍ରୋଟିନ୍ ଏବଂ ଶସ୍ୟ ଅନ୍ତର୍ଭୁକ୍ତ ଖାଦ୍ୟ ଖାଇଲେ ରକ୍ତଚାପକୁ ନିୟନ୍ତ୍ରଣରେ ରଖାଯାଇପାରେ।

    ଯଦି ଆପଣଙ୍କର ମଦ୍ୟପାନ, ଧୂମପାନ କିମ୍ବା ଅନ୍ୟ କୌଣସି ନିଶା ଅଭ୍ୟାସ ଅଛି ତେବେ ଆପଣଙ୍କୁ ଏହାକୁ ସଂପୂର୍ଣ୍ଣ ରୂପେ ଛାଡ଼ିବାକୁ ହେବ। ନିଶା ସେବନ ରକ୍ତଚାପର ଏକ ପ୍ରମୁଖ କାରଣ ହୋଇଥାଏ। ମାନସିକ ଚାପ ମଧ୍ୟ ରକ୍ତଚାପର କାରଣ ହୋଇଥାଏ। ଯେତେ ପାରୁଛନ୍ତି ଚିନ୍ତା କରିବା ତ୍ୟାଗ କରନ୍ତୁ। ଯେତେ ଅଧିକ ଚିନ୍ତା କରିବେ ସେତେ ଅଧିକ ଦୁର୍ବଳ ହୋଇପଡ଼ିବେ। ନିୟମିତ ବ୍ୟାୟାମ କରିବା ଦ୍ବାରା ମଧ୍ୟ ରକ୍ତଚାପକୁ ନିୟନ୍ତ୍ରଣରେ ରଖା ଯାଇପାରେ। ଆପଣ ସୁସ୍ଥ ରହିବାକୁ ଚାହୁଁଥିଲେ ବ୍ୟାୟାମକୁ ଆପଣଙ୍କ ନିତିଦିନିଆ କାର୍ଯ୍ୟ ତାଲିକାରେ ସାମିଲ୍‌ କରନ୍ତୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    57 %
    2.7kmh
    31 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ