Saturday, March 28, 2026
27.6 C
Odisha

    ଉଦଘାଟିତ ହେଲା ଏସ୍‍ସି ଓ ଏସ୍‍ଟି କଲ୍ୟାଣ କମିଟି ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ୱରରେ ଆରମ୍ଭ ହେଲା ଦସ୍ୱବ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ । ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀକୁ ଲୋକସଭାର ବାଚସ୍ପତି ଓମ୍‍ ବିର୍ଲା ଉଦଘାଟନ କରିଛନ୍ତି । ୧୯୯୪ ପରେ ପ୍ରଥମ ଥର ପାଇଁ ଏହା ଓଡ଼ିଶାରେ ଆୟୋଜନ କରାଯାଇଛି । ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ଜଣ ବିଧାୟକ ଯୋଗ ଦେଇଛନ୍ତି ।

    ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ଜଣ ସଦସ୍ୟ ଉପସ୍ଥିତ ଅଛନ୍ତି । ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ଏଥିରେ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେଇଛନ୍ତି । ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯାଇ ଆଲୋଚନା ହେଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.6 ° C
    27.6 °
    27.6 °
    39 %
    2.3kmh
    100 %
    Fri
    27 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ