Friday, July 18, 2025
30.5 C
Odisha

    ଏଣିକି ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟ ଅବଧିରେ ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ମିଳିବ ଅନୁକମ୍ପାମୂଳକ ସହାୟତା: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର: ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ତାଙ୍କୁ ମିଳିବ ୨ ଲକ୍ଷ ଟଙ୍କା । ସେହିପରି ମୃତ୍ୟୁ ହେଲେ କିମ୍ବା ଅକ୍ଷମ ହେଲେ ମିଳିବ ଅନୁକମ୍ପା ରାଶି । ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତି ପର୍ଯ୍ୟନ୍ତ ଏଥିରେ ଅନ୍ତର୍ଭୁକ୍ତ ହେବେ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି ।

    ସୂଚନା ଅନୁସାରେ, ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତଙ୍କର କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ସେହିଭଳି ଉଭୟ ଆଖି, ହାତ କିମ୍ବା ଗୋଡ଼ ନଷ୍ଟ ହେଲେ ସମ୍ପୃକ୍ତ ପଞ୍ଚାୟତ ପ୍ରତିନିଧିଙ୍କୁ ୨ ଲକ୍ଷ ଟଙ୍କା ଏବଂ ଯଦି ଗୋଟିଏ ଆଖି କିମ୍ବା ଗୋଟିଏ ହାତ କିମ୍ବା ଗୋଡ ନଷ୍ଟ ହୁଏ ତେବେ ତାଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ।

    ସାମ୍ବିଧାନିକ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ମାନେ ହେଉଛନ୍ତି ତୃଣମୂଳ ସ୍ତରରେ ନିର୍ବାଚିତ ପ୍ରତିନିଧି । ସେମାନେ ସିଧାସଳଖ ଲୋକଙ୍କ ସହ ଯୋଡିହୋଇ ରହିଥାନ୍ତି। ଲୋକଙ୍କ ସୁବିଧା ଅସୁବିଧାରେ ସେମାନଙ୍କୁ ସହାୟତା କରନ୍ତି । ଗ୍ରାମାଞ୍ଚଳ ବିକାଶରେ ସେମାନଙ୍କର ମହତ୍ୱପୂର୍ଣ୍ଣ ଅବଦାନ ରହିଥାଏ । କିନ୍ତୁ, ସେମାନଙ୍କ କ୍ଷେତ୍ରରେ କୌଣସି ଦୁର୍ଘଟଣା ଘଟିଲେ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶି ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.5 ° C
    30.5 °
    30.5 °
    71 %
    0.4kmh
    91 %
    Fri
    31 °
    Sat
    32 °
    Sun
    29 °
    Mon
    29 °
    Tue
    30 °

    ସମ୍ବନ୍ଧିତ