Sunday, September 13, 2026
28.7 C
Odisha

    ଏଣିକି ମଦଭାଟିରେ ଚାଲିବ ବୁଲ୍‌ଡୋଜର

    ଆଗକୁ ପଢନ୍ତୁ

    ଚୋରା ମଦ କାରବାର ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଯେଉଁଠି ଚୋରା ମଦଭାଟି ଥିବା ଜଣାପଡ଼ିବ ସେଠାରେ ବୁଲ୍‌ଡୋଜର ଚଲାଇ ତାକୁ ଧୂଳିସାତ୍‌ କରାଯିବ। ସେ କହିଛନ୍ତି, ବର୍ତ୍ତମାନ ସାରା ରାଜ୍ୟରେ ଚଢ଼ାଉ କରାଯାଉଛି, ଇତିମଧ୍ୟରେ ୧୧୭ ଜଣଙ୍କୁ ଗିରଫ କରାଯାଇସାରିଲାଣି। ଗଞ୍ଜାମର ଚିକିଟି ଘଟଣାରେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକଙ୍କୁ ବଦଳି କରାଯାଇଥିବା ବେଳେ ଦୁଇ ଜଣ ଅବକାରୀ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ମନ୍ତ୍ରୀ କହିଛନ୍ତି, ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ଗଞ୍ଜାମ ଜିଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସମ୍ପର୍କରେ ସବିଶେଷ ତଥ୍ୟ ମାଗିଥିଲେ। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି।

    ସୂଚନାଯୋଗ୍ୟ, ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୧୧୭ ଜଣଙ୍କୁ ଗିରଫ କରାଯାଇଛି। ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋର୍‌ଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.7 ° C
    28.7 °
    28.7 °
    75 %
    2.5kmh
    71 %
    Sun
    29 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ