Monday, October 20, 2025
22.8 C
Odisha

    ଏଣିକି ହାତ ପାହାନ୍ତରେ ମିଳିପାରିବ ସରକାରୀ ସୁବିଧା, ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ହେଲା ଲୋକାର୍ପିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ ହାତ ପାହାନ୍ତାରେ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ ବଟ । ଏଥିପାଇଁ ୯୪୩୭୨୯୨୦୦୦ ହ୍ୱାଟସଆପ ନମ୍ବରରେ ଆବେଦନ କରି ପାରିବେ । ଆବେଦନ ପରେ ସାର୍ଟିଫିକେଟ ଏହି ନମ୍ୱର୍ ଜରିଆରେ ପାଇ ପାରିବେ । ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ବିଭିନ୍ନ ବିଭାଗର ୧୩୨ ଟି ସେବା ପାଇଁ ଆବେଦନ କରିହେବ ।

    ୨୦୨୫ ଶେଷ ସୁଦ୍ଧା ଓଡ଼ିଶା ଲୋକସେବା ଅଧିକାର ଆଇନ ଅଧୀନରେ ଅଧିସୂଚିତ ସମସ୍ତ ସାର୍ବଜନୀନ ସେବା ଏକକ ହ୍ବାଟ୍ସଆପ ବଟ୍ ମାଧ୍ୟମରେ ଯୋଗାଇ ଦିଆଯିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଜଣେ ବ୍ୟକ୍ତି ଇଂରାଜୀ କିମ୍ବା ଓଡ଼ିଆରେ ଲେଖି ହ୍ବାଟ୍ସଆପରେ ସମସ୍ତ ସରକାରୀ ସେବାରୁ ଉପକୃତ ହୋଇପାରିବେ । ଓଡ଼ିଆ ବା ଇଂରାଜୀ ଲେଖି ଜାଣି ନଥିବା ଲୋକମାନେ ଭାରତ ସରକାରଙ୍କ ‘ଭାଷିନୀ ପ୍ଲାଟଫର୍ମ’ ବ୍ୟବହାର କରି ନିଜର କଣ୍ଠସ୍ବର ମାଧ୍ୟମରେ ଏହି ସେବା ପାଇପାରିବେ । ମେଟା ଇଣ୍ଡିଆ ସହ ମିଶି ସାଧରଣ ପ୍ରଶାସନ ବିଭାଗ ଏହି ପଦକ୍ଷେପ ନେଇଛି ।.

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.8 ° C
    22.8 °
    22.8 °
    95 %
    1.5kmh
    37 %
    Mon
    23 °
    Tue
    29 °
    Wed
    29 °
    Thu
    29 °
    Fri
    29 °

    ସମ୍ବନ୍ଧିତ