Thursday, March 13, 2025
38.3 C
Odisha

    ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଆସନ୍ତା ଏପ୍ରିଲ ପହିଲାରୁ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯିବ ।

    ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩ କୋଟି ୪୬ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ।ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ। ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.3 ° C
    38.3 °
    38.3 °
    10 %
    4.7kmh
    65 %
    Thu
    39 °
    Fri
    40 °
    Sat
    41 °
    Sun
    42 °
    Mon
    41 °

    ସମ୍ବନ୍ଧିତ