Friday, April 3, 2026
33.6 C
Odisha

    ଏମାନଙ୍କୁ ମିଳିବନି ‘ସୁଭଦ୍ରା’

    ଆଗକୁ ପଢନ୍ତୁ

    ଭୁବନେଶ୍ବର : କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ବାର୍ଷିକ ୧୮ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ବୃତ୍ତି ଆକାରରେ ଆର୍ଥିକ ସହାୟତା ପାଉଥିବା ସମ୍ପୃକ୍ତ ଛାତ୍ରୀ ‘ସୁଭଦ୍ରା’ ଯୋଜନା ପାଇଁ ଅଯୋଗ୍ୟ ଘୋଷଣା ହେବେ। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ଉଚ୍ଚଶିକ୍ଷା ଓ ଅନୁସୂଚିତ ଜାତି ଓ ଜନଜାତି ବିଭାଗକୁ ଚିଠି ଲେଖି ରିପୋର୍ଟ ମାଗିଛି।

    ଛାତ୍ରୀଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି। ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇ ପାରୁନାହିଁ। ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ଦୁଇଟି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀ ବାର୍ଷିକ ୧୮ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ବିଭାଗଗୁଡିକୁ କୁହାଯାଇଛି। ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ସମୀକ୍ଷା ବୈଠକ ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୁଭଦ୍ରା ଯୋଜନାର ହିତାଧିକାରୀ ୬୦ ବର୍ଷ ପ୍ରାପ୍ତ ହେବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ