Thursday, April 2, 2026
26.4 C
Odisha

    ଏମିତି ବି ମୃତ୍ୟୁ ଆସେ; ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିଲେ ଆଇପିଏସ୍‌ ଅଧିକାରୀ, ଚାଲିଗଲା ଜୀବନ

    ଆଗକୁ ପଢନ୍ତୁ

    କର୍ନାଟକର ହାସନ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିଜର ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିବା ବେଳେ ଆଇପିଏସ୍‌ ଅଧିକାରୀ ହର୍ଷବର୍ଦ୍ଧନ(୨୬)ଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ସିଙ୍ଗରୌଲୀ ଜିଲା ନିବାସୀ ହର୍ଷବର୍ଦ୍ଧନ କର୍ନାଟକ କ୍ୟାଡର ୨୦୨୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଥିଲେ। ସେ ହୋଲେନ୍‌ରାସିପୁରର ପ୍ରୋବେଶ୍‌ନାରି ଆସିଷ୍ଟାଣ୍ଟ ଏସ୍‌ପି ଭାବେ ନିଜ ଡ୍ୟୁଟିରେ ରିପୋର୍ଟ କରିବାକୁ ଏକ ପୋଲିସ ଗାଡ଼ିରେ ହାସନ୍‌ ଯାଉଥିଲେ। ଏହି ସମୟରେ ଗାଡ଼ିର ଏକ ଟାୟାର ଫାଟିଯାଇଥିଲା ଏବଂ ଏହା ନିୟନ୍ତ୍ରଣ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ହର୍ଷବର୍ଦ୍ଧନଙ୍କର ମୃତ୍ୟୁ ହୋଇଥିବାବେଳେ ଗାଡ଼ିର ଡ୍ରାଇଭର ଆହତ ହୋଇଥିଲେ। ସେ ନିକଟରେ ମହୀଶୂରସ୍ଥିତ କର୍ନାଟକ ପୋଲିସ ଏକାଡେମୀରେ ନିଜର ୪ ସପ୍ତାହର ଟ୍ରେନିଂ ଶେଷ କରିଥିଲେ। ଘଟଣାକୁ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମୈୟା ଶୋକ ପ୍ରକଟ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.4 ° C
    26.4 °
    26.4 °
    49 %
    2.1kmh
    0 %
    Wed
    27 °
    Thu
    40 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ