Sunday, October 18, 2026
23.2 C
Odisha

    ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

    ଆଗକୁ ପଢନ୍ତୁ

    ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜରେ ଆଣ୍ଟିଂ ରାଗିଂ କମିଟିର ବୈଠକ ପରେ ପ୍ରମାଣ ମିଳିବାରୁ ୫ଜଣ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ୬ମାସ ପାଇଁ ସମ୍ପୂର୍ଣ ଭାବେ କ୍ୟାମ୍ପସ୍‌ ମନା କରାଯାଇଛି। ଏହି ୫ଜଣ ଛାତ୍ର ହଷ୍ଟେଲ୍‌ରେ ରହି ପାରିବେ ନାହିଁ କି କ୍ୟାମ୍ପସ୍‌କୁ ପ୍ରବେଶ କରି ପାରିବେ ନାହିଁ। ଏପରିକି ସେମାନେ କ୍ଲାସ୍‌କୁ ମଧ୍ୟ ଆସି ପାରିବେ ନାହିଁ। ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ ପରେ ଭବିଷ୍ୟତରେ କୌଣସି ଛାତ୍ର କାହାକୁ ବି ରାଗିଂକରିବାକୁ ସାହସ କରିପାରିବେ ନାହିଁ। ଏପରିକି ରାଗିଂ କରିବାକୁ ସିନିୟର୍‌ ଛାତ୍ରଙ୍କ ମନରେ ଭୟ ରହିବ ବୋଲି ଏମ୍‌କେସିଜି ମେଡିକାଲ କଲେଜ ଅଧ୍ୟକ୍ଷ ତଥା ଡିନ୍‌ ପ୍ରଫେସର ଡା. ସୁଚିତ୍ରା ଦାଶ ବୁଧବାର ସନ୍ଧ୍ୟାରେ ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ସେପଟେ ସେହି ୫ଜଣ ଛାତ୍ରଙ୍କ ବିରୋଧରେ ବୈଦ୍ୟନାଥପୁର ଥାନାରେ ମାମଲା ରୁଜୁ ହେବ। ଡିନ୍‌ଙ୍କ ଲିଖିତ ଏତଲା ପରେ ମାମଲା ରୁଜୁ କରାଯାଇ ପୋଲିସ ଘଟଣାର ତଦନ୍ତ କରିବ ବୋଲି ବ୍ରହ୍ମପୁର ଏସ୍‌ପି ଡା. ସର୍ଵଣା ବିବେକ ଏମ୍‌. ମଧ୍ୟ ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ଏମ୍‌କେସିଜି ମେଡିକାଲ କଲେଜର ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ଗତ ୨୭ ତାରିଖରେ କେତେକ ସିନୀୟର ଛାତ୍ର ଛାତ୍ରାବାସ(ହୋଷ୍ଟେଲ) ଭିତରେ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ସହ ତାଙ୍କୁ ମାଡ ମାରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ