Wednesday, September 3, 2025
24.6 C
Odisha

    ଏମ୍ସ ପରିସରରେ ୧୬୩ ଧାରା ଲାଗୁ, ବର୍ଣ୍ଣ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏମ୍ସ ପରିସରରେ ୧୬୩ ଧାରା ଲାଗୁ । ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଏମ୍ସ ବର୍ଣ୍ଣ ସେଣ୍ଟର ଓ ଏମ୍ସର ଚାରି ପାଖରେ ବଳବତ୍ତର ରହିବ ଏହି ନିୟମ । BNSS ୧୬୩ଧାରା ଅନୁସାରେ ଏହି ଅଞ୍ଚଳକୁ ନିଷିଧାଞ୍ଚଳ ଘୋଷଣା କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ଏହି ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ବଳଙ୍ଗା ଅଞ୍ଚଳ ଘଟଣାକୁ ନେଇ ଏମ୍ସ ପରିସରରେ ଉତ୍ତେଜନା ଦେଖାଦେଇଥିଲା । ଉତ୍ତେଜନା ପରେ ବର୍ଣ୍ଣ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛି ପୋଲିସ । ଗୋଷ୍ଠିଗତ ଭାବେ କେହି ସେହି ଏରିଆକୁ ଯାଇପାରିବେନାହିଁ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

    ଏମ୍ସ ଭୁବନେଶ୍ବରରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକା ଗୁରୁତର ଅଛନ୍ତି । ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି । ଅଗାମୀ ୪୮ରୁ ୭୨ଘଣ୍ଟା ଗୁରୁତ୍ବପୂର୍ଣ୍ଣ। ଏମ୍‌ସ ନିର୍ଦ୍ଦେଶକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    0.5kmh
    99 %
    Wed
    26 °
    Thu
    28 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ