Sunday, April 5, 2026
25.5 C
Odisha

    ଏସସିବି ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ତ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।  ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।  ନିଜର ଏକ୍ସ ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଏବଂ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ।ଏବଂ ଆହତମାନଙ୍କ ପାଇଁ  ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ସେପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଘଟଣାରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    65 %
    3.2kmh
    72 %
    Sun
    25 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ