Monday, September 14, 2026
23.5 C
Odisha

    ଏସି ହେଲା କାଳ, ବିସ୍ଫୋରଣରେ ୯ ମୃତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଦିଲ୍ଲୀର ବିବେକ ବିହାରର ଏକ ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୩ ଟା ୪୭ ମିନିଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ପରେ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।

    ସୂଚନାନୁଯାୟୀ, ଫ୍ଲାଟର ଦ୍ବିତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ନିଆଁ ତୃତୀୟ ମହଲାକୁ ବ୍ୟାପି ଯାଇଥିଲା । ଲୋକମାନେ ନିଜକୁ ବଞ୍ଚାଇବାକୁ ଫ୍ଲାଟ ଭିତରୁ ବାହାରି ଦୌଡିଥିଲେ । ଏହି ଅଗ୍ନିକାଣ୍ଡ ଏସି ବିସ୍ଫୋରଣ ଯୋଗୁଁ ହୋଇଥିବା ତଦନ୍ତରୁ ଜଣାପଡିଛି ।

    ଅନ୍ୟପଟେ ଘଟଣା ସମ୍ପର୍କରେ ସୂଚନା ପାଇ ୧୪ଟି ଅଗ୍ନିଶମ ବାହିନୀ ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କୋଠା ଭିତରେ ଫସି ରହିଥିବା ଲୋକଙ୍କୁ ବାହାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଅନେକ ଲୋକ କୋଠା ଭିତରେ ଫସି ରହିଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୮ ରୁ ୯କୁ ବୃଦ୍ଧି ପାଇଥିବାବେଳେ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ସଂଖ୍ୟା ଆଗକୁ ବଢିପାରେ ବୋଲି ଆଶଙ୍କା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.5 ° C
    23.5 °
    23.5 °
    94 %
    0.9kmh
    100 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    31 °

    ସମ୍ବନ୍ଧିତ