Friday, February 27, 2026
17.9 C
Odisha

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ ସିବିଆଇ ଦ୍ବାରା କରିବାକୁ ମଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ବହୁ ଚର୍ଚ୍ଚିତ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା କେଳେଙ୍କାରୀର ତଦନ୍ତ ଭାର ସିବିଆଇକୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ସମ୍ବନ୍ଧିତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି । ଏଥିରେ ଆନ୍ତଃରାଜ୍ୟ ଅପରାଧୀ ସଂଗଠନଙ୍କ ସଂପୃକ୍ତି ଥିବାର ସନ୍ଦେହ କରାଯାଉଛି । ତେଣୁ ମାମଲାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

    ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସିଆଇଡିକୁ ଦିଆଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇ ପାରେ ବୋଲି ତଦନ୍ତରୁ ଜଣା ପଡ଼ିଛି । ଏହା ସହିତ ଏହି ଦୁର୍ନୀତିରେ ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.9 ° C
    17.9 °
    17.9 °
    34 %
    1.5kmh
    5 %
    Fri
    33 °
    Sat
    35 °
    Sun
    37 °
    Mon
    37 °
    Tue
    38 °

    ସମ୍ବନ୍ଧିତ