Sunday, October 11, 2026
29.5 C
Odisha

    ଏହି ରାଶିର ବ୍ୟକ୍ତିଙ୍କୁ ଧନୀ କରିବେ ବୃହସ୍ପତି

    ଆଗକୁ ପଢନ୍ତୁ

    ଜ୍ୟୋତିଷ ଶାସ୍ତ୍ରରେ ଦେବଗୁରୁ ବୃହସ୍ପତିଙ୍କୁ (Devguru Jupiter) ଜ୍ଞାନ,ସନ୍ତାନ, ଧନ, ଦାନ, ପୂଣ୍ୟ ଓ ବୃଦ୍ଧିର କାରକ ବୋଲି ବିବେଚନା କରାଯାଏ। ତେବେ, ଏହି କ୍ରମରେ ବୃହସ୍ପତି ବର୍ତ୍ତମାନ ମେଷ ରାଶିରେ ବିରାଜମାନ ଅଛନ୍ତି । ଆସନ୍ତା ମେ ୧ ତାରିଖ ଦିନ ସକାଳ ୯ଟା ୦୫ ମିନିଟ୍ ସମୟରେ ତୁଳା ରାଶିକୁ ଚଳନ କରିବେ। ତେବେ ବୃହସ୍ପତିଙ୍କ ଏହି ଚଳନ କିଛି ରାଶିକୁ ଶୁଭଫଳ ପ୍ରଦାନ କରିବ। ଜାତକରେ ବୃହସ୍ପତିଙ୍କ ସ୍ଥିତି ସୁଦୃଢ ରହିଲେ । ବ୍ୟକ୍ତି ନିଜ ଜୀବନରେ ଧନୀ ଓ ଜ୍ଞାନୀ ହୋଇ ଥାଆନ୍ତି ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି । ତେବେ, ଆସନ୍ତୁ ଜାଣିବା ବୃହସ୍ପତିଙ୍କ ଏହି ଚଳନ କେଉଁ ସବୁ ରାଶିଙ୍କ (zodiac signs) ଭାଗ୍ୟ ଫିଟିବାକୁ ଯାଉଛି। ମେଷ: ତୁଳା ରାଶିକୁ ଦେବଗୁରୁ ବୃହସ୍ପତିଙ୍କ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ। ଆକସ୍ମିକ ଧନଲାଭ ନେଇ ଯୋଗ ରହିଛି। ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି କରିବା ସହ ଧାର୍ମିକ ଯାତ୍ରା କରିପାରନ୍ତି। ଏହି ଅବଧି ମଧ୍ୟରେ ଆପଣଙ୍କ ଆତ୍ମବିଶ୍ଵାସରେ ବୃଦ୍ଧି ପାଇବ। ଯଦି ଏହି ସମୟରେ ଆପଣ କୌଣସି ନୂତନ ଯୋଜନା ବା ପ୍ଲାନ୍ ଆରମ୍ଭ କରିବାକୁ ଯାଉଛନ୍ତି ତାହା ଆପଣଙ୍କୁ ଶୁଭ ଫଳ ପ୍ରଦାନ କରିବ । ବୃହସ୍ପତି ଆପଣଙ୍କ ରାଶିର ନବମ ଏବଂ ଦ୍ଵାଦଶ ସ୍ଥାନର ଅଧିପତି ଅଟନ୍ତି ଏହାଯୋଗୁଁ ଭାଗ୍ଯ ଆପଣଙ୍କୁ ସହଯୋଗ କରିବ । ବୈବାହିକ ଜୀବନ ସୁଖମୟ ହେବା ସହ ପ୍ରେମ ଜୀବନରେ ମଧୁରତା ବଢିବ।

    ବୃଷ: ବୃହସ୍ପତିଙ୍କ ରାଶି ପରିବର୍ତ୍ତନ ଏହି ରାଶିକୁ ଶୁଭଫଳ ପ୍ରଦାନ କରିବ। ଆୟର ନୂତନ ଉତ୍ସ ସୃଷ୍ଟି ହେବ। ଅଟକି ରହିଥିବା ଟଙ୍କା ମିଳିବ। ବର୍ଷସାରା ଆର୍ଥିକ ସ୍ଥିତି ମଜବୁତ୍ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବାର ସମ୍ଭାବନା ରହିଛି । ଯେଉଁମାନେ ଦିର୍ଘ ଦିନ ଧରି ଚାକିରି ଖୋଜୁଛନ୍ତି । ସେମାନଙ୍କୁ ମନ ପସନ୍ଦର ଚାକିରି ମିଳିବ। ସରକାରୀ ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିଛି । ମନ ପସନ୍ଦର ସ୍ଥାନରୁ ଟ୍ରାନ୍ସଫର ହୋଇପାରେ। ଅବିବାହିତଙ୍କ ପାଇଁ ଭଲ ବିବାହ ପ୍ରସ୍ତାବ ଆସିବ। ବୈବାହିକ ଜୀବନ ସୁଖମୟ ହେବ।

    କର୍କଟ: ମେ ମାସ ଆରମ୍ଭରୁ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ବଡ଼ ପରିବର୍ତ୍ତନ ଆସିବ। ଏହି ଏବଧି ମଧ୍ୟରେ ଦୀର୍ଘ ଦିନରୁ ଅଟକି ରହିଥିବା କାର୍ଯ୍ୟ ସମାପ୍ତ ହେବ । ଜୀବନସାଥୀଙ୍କ ସହ ଭଲ ସମୟ ଅତିବାହିତ କରିବେ । ସମ୍ପର୍କରେ ମଧୁରତା ଆସିବ । ଧନ ଓ ଆୟ ବୃଦ୍ଧି ହେବା ନେଇ ସମ୍ଭାବନା ରହିଛି । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ଦୂର ହେବ । ଭ୍ରମଣ ଯୋଗ ରହିଛି । ସନ୍ତାନ ପ୍ରାପ୍ତି ହେବାର ସୁଖ ମଧ୍ୟ ପାଇପାରିବେ । କାର୍ଯ୍ୟାଳୟରେ ପଦୋନ୍ନତିର ସମ୍ଭାବନା ରହିଛି। ଏବଂ ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    59 %
    1.4kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ