Saturday, March 14, 2026
23.2 C
Odisha

    ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

    ଆଗକୁ ପଢନ୍ତୁ

    କଳାହାଣ୍ଡି : ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ପ୍ରଧାନ ଶିକ୍ଷକ ନିଲମ୍ବିତ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ସସପେଣ୍ଡ ହୋଇଛନ୍ତି । ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ ।

    ପୂର୍ବରୁ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା । ଏହାପରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ସସପେଣ୍ଡ କରାଯାଇଛି । ପ୍ରଶାନ୍ତ ଖମାରୀ ଦୀର୍ଘଦିନ ହେବ ଏହି କାମରେ ଲିପ୍ତ ଥିବା ଜଣାପଡିଛ । ସେ ପୂର୍ବରୁ କଳାହାଣ୍ଡି ଓ ରାଜ୍ୟ ଏକ୍ସ କ୍ୟାଡ଼ର ସଂଘର ସମ୍ପାଦକ ମଧ୍ୟ ରହିଥିଲେ ।

    ସୂଚନାଯୋଗ୍ୟ, ଓଟିଇଟ ପ୍ରଶ୍ନପତ୍ର ପ୍ରଘଟ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି । ଏହି ମାମଲାରେ ତଦନ୍ତକାରୀ ସଂସ୍ଥା ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତିଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ