Tuesday, October 6, 2026
25.1 C
Odisha

    ଓଡ଼ିଶାରେ ଚାଲିଛି କି ଗୁଣ୍ଡାରାଜ୍? ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ନେଇ ବର୍ଷିଲେ ନବୀନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବିଜେଡି ନେତା ତଥା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ସରକାର ଓ ପୋଲିସକୁ କଡ଼ା ସମାଲୋଚନା କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଖୋଲା ଦିବାଲୋକରେ ଜନପ୍ରତିନିଧିଙ୍କ ଉପରେ ଆକ୍ରମଣ ହେଉଥିବା ବେଳେ ପୋଲିସ ଓ ସରକାର କାହିଁକି ନିରବ ବୋଲି ସେ ପ୍ରଶ୍ନ କରିଛନ୍ତି ।

    ସୋସିଆଲ ମିଡିଆ ହ୍ୟାଣ୍ଡେଲ Xରେ ପୋଷ୍ଟ କରି ନବୀନ କହିଛନ୍ତି ଯେ, ଜେନାପୁର ଥାନା ମଧୁପୁରଗଡ଼ରେ ପ୍ରଣବ ବଳବନ୍ତରାୟଙ୍କ ଉପରେ ହୋଇଥିବା ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ । ପୋଲିସ ଉପସ୍ଥିତିରେ ଜଣେ ଜନପ୍ରତିନିଧିଙ୍କ ଉପରେ ଏଭଳି ଆକ୍ରମଣ ହେବାକୁ ନେଇ ସେ ଉଦବେଗ ପ୍ରକାଶ କରିଛନ୍ତି । ଅପରାଧୀଙ୍କୁ ଏ ସାହସ କିଏ ଦେଉଛି? ଓଡ଼ିଶାରେ ଆଇନର ଶାସନ ଚାଲିଛି ନା ଗୁଣ୍ଡାଙ୍କର? ବୋଲି ପ୍ରଶ୍ନ କରି ଛନ୍ତି ନବୀନ ।

    ଅଭିଯୋଗ କରିଛନ୍ତି ଯେ , ବର୍ତ୍ତମାନ ସରକାରରେ ଜନପ୍ରତିନିଧି ଅସୁରକ୍ଷିତ ହୋଇପଡ଼ିଥିବା ବେଳେ ସାଧାରଣ ଲୋକଙ୍କ ସୁରକ୍ଷା ମଧ୍ୟ ପ୍ରଭାବିତ ହୋଇଛି । ଧର୍ମଶାଳା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ଘଟଣା ବାରମ୍ବାର ଘଟୁଥିବା ଅଭିଯୋଗ କରି ସେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ।

    ଶାନ୍ତିପ୍ରିୟ ଓଡ଼ିଶାକୁ ଅଶାନ୍ତ କରିବାକୁ ସରକାର ଚାହୁଁଛନ୍ତି କି ବୋଲି ମଧ୍ୟ ସେ ପ୍ରଶ୍ନ କରିଛନ୍ତି । ଏପରି ଅପରାଧିକ କାର୍ଯ୍ୟ ବିରୋଧରେ କାହିଁକି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ପଚାରିବା ସହ ଶ୍ରୀ ପଟ୍ଟନାୟକ କହିଛନ୍ତି, ଓଡ଼ିଶାବାସୀ ସବୁକିଛି ଦେଖୁଛନ୍ତି ଏବଂ ସବୁର ହିସାବ ରଖୁଛନ୍ତି । ଏଭଳି ଅରାଜକତା ଓ କୁଶାସନର ଲୋକେ ଉଚିତ ଜବାବ ଦେବେ ବୋଲି ସେ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    75 %
    0.6kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ