Monday, September 8, 2025
29.8 C
Odisha

    ଓଡ଼ିଶାରେ ବଢ଼ିଲା ମହିଳାଙ୍କ ସାକ୍ଷରତା ହାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କାରେ ପହଞ୍ଚିଛି। ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଚ୍ଛା ଆୟ ୧୨.୧ ପ୍ରତିଶତ ସିଏଜିଆରରେ ବୃଦ୍ଧି ପାଇଥିବାବେଳେ ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ରେ ୧୧ତମ ସ୍ଥାନରେ ରହିଛି। ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ କରାଯାଇଛି। ୨୦୨୨-୨୩ରେ ରାଜ୍ୟର ଅଭିବୃଦ୍ଧି ହାର ଥିଲା ୭.୯ ପ୍ରତିଶତ ଥିଲା। ଶିଳ୍ପ ଓ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁଁ ଏହା ସମ୍ଭବ ହୋଇପାରିଛି। ୨୦୧୫-୧୬ରୁ ୧୯-୨୧ ମଧ୍ୟରେ ୬୨ ଲକ୍ଷ ଲୋକ ଦାରିଦ୍ର୍ୟରୁ ମୁକ୍ତ ହୋଇଛନ୍ତି। ୨୦୨୩-୨୪ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଅଭିବୃଦ୍ଧି ୩.୫% ଆକଳନ କରଯାଇଛି। ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ୩.୫% ଥିଲା । ୨୩-୨୪ରେ ୩.୧%କୁ ହ୍ରାସ ପାଇଛି। ୨୦୨୨-୨୩ରେ ଧାନ ଉତ୍ପାଦନ ୧୪୧.୪ ଲକ୍ଷ ମେଟ୍ରିକ ଟନ୍‌କୁ ବୃଦ୍ଧି ହୋଇଛି। ୨୦୨୧-୨୨ରେ ଓଡ଼ିଶା ଦେଶର ପଞ୍ଚମ ବୃହତ୍ତ ଧାନ ଉତ୍ପାଦନକାରୀ ରାଜ୍ୟ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.8 ° C
    29.8 °
    29.8 °
    69 %
    2kmh
    56 %
    Mon
    30 °
    Tue
    31 °
    Wed
    31 °
    Thu
    31 °
    Fri
    30 °

    ସମ୍ବନ୍ଧିତ