Saturday, March 28, 2026
27.6 C
Odisha

    ଓଡ଼ିଶାରେ ସମବାୟ ବିକାଶ ନେଇ ଆଲୋଚନା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :  ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି।ଏହି ବୈଠକରେ ରାଜ୍ୟରେ ସମବାୟ କ୍ଷେତ୍ରର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥି ସହିତ ସମବାୟ କ୍ଷେତ୍ରରେ ହାସଲ କରାଯାଇଥିବା ସଫଳତା ଗୁଡିକ ମଧ୍ୟ କେନ୍ଦ୍ର ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା।

    ବୈଠକରେ ମୁଖ୍ୟମନ୍ତ୍ରୀ ପ୍ୟାକ୍ସର ୠଣ ପରିଶୋଧ ସମୟସୀମାକୁ ୫ ବର୍ଷରୁ ୧୦ ବର୍ଷକୁ ବୃଦ୍ଧି କରିବା, ବଡମ୍ବା ଏବଂ ବଲାଙ୍ଗୀରର ଚିନିକଳକୁ କାର୍ଯ୍ୟକ୍ଷମ କରିବା, ଗୋପାଳପୁର ଠାରେ ଜାତୀୟ ତ୍ରିଭୁବନ ସମବାୟ ବିଶ୍ୱ ବିଦ୍ୟାଳୟର ଏକ ସାଟେଲାଇଟ୍ ସେଣ୍ଟର ପ୍ରତିଷ୍ଠା, ପ୍ରତି ଜିଲ୍ଲା ତଥା ସବ୍‌ଡିଭିଜନରେ ଶୀତଳ ଭଣ୍ଡାର ଏବଂ ପଣ୍ୟାଗାର ସ୍ଥାପନ, କୃଷକ ଉତ୍ପାଦକ ସଂଗଠନ (FPO) ବୃଦ୍ଧି କରିବା, ସମସ୍ତ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଗୁଡିକ ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବା ଆଦି ବିଷୟରେ ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି କେନ୍ଦ୍ର ସରକାରଙ୍କ ସହଯୋଗ ଓ ସମର୍ଥନ କାମନା କରିଥିଲେ।

    କେନ୍ଦ୍ର ମନ୍ତ୍ରୀ ଓଡିଶା ସରକାରଙ୍କ ସମବାୟ କ୍ଷେତ୍ରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସନ୍ତୋଷବ୍ୟକ୍ତ କରି କହିଥିଲେ ଯେ ଭାରତ ସରକାର ବିଭିନ୍ନ ରାଜ୍ୟରେ ସମବାୟ ବିକାଶ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। କିଛି ରାଜ୍ୟକୁ ମଧ୍ୟ ପାଇଲଟ ପ୍ରୋଜେକ୍ଟ ଭାବେ ଗ୍ରହଣ କରାଯାଇଛି। ସେ ସବୁ ରାଜ୍ୟ ଗୁଡିକର କାର୍ଯ୍ୟପ୍ରଣାଳୀକୁ ଅନୁଧ୍ୟାନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡିଶା ସରକାରଙ୍କ ପକ୍ଷରୁ ସମବାୟ ବିକାଶ ପାଇଁ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ କହିଥିଲେ।

    ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ସମବାୟ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଟ, କେନ୍ଦ୍ର ସରକାରଙ୍କ ଯୁଗ୍ମ ସଚିବ ଶ୍ରୀ ରମଣ କୁମାର, ଶ୍ରୀ ଆନନ୍ଦ ଝା ଏବଂ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.6 ° C
    27.6 °
    27.6 °
    39 %
    2.3kmh
    100 %
    Fri
    27 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ