Wednesday, August 19, 2026
23 C
Odisha

    ଓଡ଼ିଶାର ଗୌରବ ଜ୍ୟୋତିର୍ମୟୀ, ୫ ଲକ୍ଷ ଟଙ୍କାରେ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଘୋଷଣା କଲେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି । ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ନିଜ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

    ଆଜି ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ପ୍ରଦର୍ଶନ କରିଥିଲେ ଜ୍ୟୋତିର୍ମୟୀ । ସଫଳତା ପଛରେ ଥିବା ତାଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟ ବିଷୟରେ ବର୍ଣ୍ଣନା କରିଥିଲେ । ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ବୋଲି କହିଥିଲେ ।

    ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ଜ୍ୟୋତିର୍ମୟୀ ଏକ ପ୍ରେରଣା ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ଜ୍ୟୋତିର୍ମୀଙ୍କ ପାଇଁ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଜ୍ୟୋତିର୍ମୟୀ ତାଙ୍କ ସଙ୍ଗୀତ ପ୍ରତିଭାକୁ ଚିକିତ୍ସା କ୍ଷେତ୍ରରେ ମଧ୍ୟ ଉପଯୋଗ କରୁଛନ୍ତି । ରାଜ୍ୟର ଅନେକ କ୍ୟାନସର ହସ୍ପିଟାଲରେ ମ୍ୟୁଜିକ୍ ଥେରାପିରେ ସହାୟତା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23 ° C
    23 °
    23 °
    95 %
    1.7kmh
    100 %
    Wed
    28 °
    Thu
    26 °
    Fri
    27 °
    Sat
    28 °
    Sun
    25 °

    ସମ୍ବନ୍ଧିତ