Thursday, October 8, 2026
23.5 C
Odisha

    ଓଡ଼ିଶାର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା : ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଏକ ଉଚ୍ଚସ୍ତରୀୟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନଶୃଙ୍ଖଳା ପରିସ୍ଥିତି ଏବଂ ପୋଲିସ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଓଡ଼ିଶା ପୋଲିସ ପାଇଁ ଥିବା ତିନିଟି ପ୍ରମୁଖ ଆହ୍ୱାନ ସଡ଼କ ଦୁର୍ଘଟଣା କମ୍‌ କରିବା, ସାଇବର ଅପରାଧ ଏବଂ ଗଞ୍ଜେଇ ଚାଷକୁ ରୋକିବା ଦିଗରେ ଆଲୋଚନା ହୋଇଥିଲା।ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୨୧୯୮ ଜଣ ଟ୍ରାଫିକ ପୋଲିସ କାର୍ଯ୍ୟରତ ଅଛନ୍ତି। ସଡ଼କ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଥିବା ଟ୍ରାଫିକ୍ ବ୍ୟବସ୍ଥା ପାଇଁ ଚଳିତ ବର୍ଷ ଆଉ ଦୁଇ ହଜାର ନୂତନ ପଦବୀ ସୃଷ୍ଟି କରି ସେଗୁଡ଼ିକୁ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିପରି ରାଜ୍ୟରେ ୨୦୨୪ରେ ୨୬୩୩ଟି ସାଇବର ଅପରାଧ ମାମଲା ରୁଜୁ ହୋଇଛି। ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟରେ ବର୍ତ୍ତମାନ ୧୪ଟି ଥାନା କାର୍ଯ୍ୟରତ ଅଛି।

    ସାଇବର ଠକେଇରେ ସାଧାରଣ ଲୋକମାନେ ବହୁତ କ୍ଷତିଗ୍ରସ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାରେ ସାଇବର ଥାନା କାର୍ଯ୍ୟକ୍ଷମ କରିବା ପାଇଁ ଆଉ ୨୦ଟି ନୂତନ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନାଗୁଡ଼ିକୁ ଅଧିକ ସୁଦୃଢ଼ କରିବା ଉପରେ ଗୁରୁତ୍ବାରୋପ କରାଯାଇଥିଲା। ସେହିପରି ରାଜ୍ୟରେ ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲାଣକୁ ରୋକିବା ପାଇଁ ଦୃଢ଼ ପଦକ୍ଷେପ ନେବାକୁ ଶ୍ରୀ ମାଝୀ କହିଥିଲେ।ଭୁବନେଶ୍ୱର ଓ କଟକରେ ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ନିମନ୍ତେ ସହରରେ ରାତ୍ରିକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ମୁଖ୍ୟମନ୍ତ୍ରୀ ପୁଲିସ କମିସନରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସେ ଗୁରୁତ୍ବ ଦେଇଥିଲେ। ମାଓପ୍ରବଣ ଜିଲ୍ଲାଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପୁଲିସ ଡିଜିଙ୍କୁ ପରାମର୍ଶ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.5 ° C
    23.5 °
    23.5 °
    88 %
    1.6kmh
    4 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ