Wednesday, October 7, 2026
31.4 C
Odisha

    ଓଡ଼ିଶା ପ୍ରଶାସନରେ ଛୋଟଧରଣର ଅଦଳବଦଳ, ୭ ଜଣ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶା ପ୍ରଶାସନରେ ଛୋଟଧରଣର ଅଦଳବଦଳ । ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ । ୭ ଜଣ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ବଦଳି କରାଯାଇଥିବାବେଳେ ଉଭୟ ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି ।

    ନବରଙ୍ଗପୁର ଜିଲ୍ଲାପାଳ ଡାକ୍ତର ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ତାଙ୍କ ସ୍ଥାନରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉପସଚିବ ଅନ୍ୟା ଦାସ ନବରଙ୍ଗପୁରର ନୂଆ ଜିଲ୍ଲାପାଳ ହୋଇଛନ୍ତି । ସେହିପରି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି ।

    ମଧୁମିତାଙ୍କୁ ନୂଆପଡ଼ାର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି । ପ୍ରଦୀପ କୁମାର ନାୟକଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଅତିରିକ୍ତ ସଚିବ କରାଯାଇଛି । ଆଶନି ଏ.ଏଲ୍.ଙ୍କୁ ଭବାନୀପାଟଣା ଉପଜିଲ୍ଲାପାଳ ଏବଂ ସେଠାରେ ଥିବା କସ୍ତୁରୀ ଶାଙ୍କୁ ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ ବିଭାଗର ଅନୁସଚିବ ଭାବେ ନୂଆ ଦାୟିତ୍ୱ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ