Thursday, October 15, 2026
21.9 C
Odisha

    ଓମ୍ସାକୁ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ, ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓମ୍ସାକୁ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ ।  ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ।  ଓମ୍ସାର ଦାବିଗୁଡ଼ିକ ସମ୍ପର୍କରେ ଆଲୋଚନା କରିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆସୋସିଏସନର କର୍ମକର୍ତ୍ତାଙ୍କୁ ନିମନ୍ତ୍ରଣ କରାଯାଇଛି। ଆସନ୍ତାକାଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଓମ୍ସାର ବିଭିନ୍ନ ଦାବି ସମ୍ପର୍କରେ ସ୍ୱାସ୍ଥ୍ୟମନ୍ତ୍ରୀ ଆସୋସିଏସନର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ସହ ଆଲୋଚନା କରିବେ। ତେବେ ରାଜ୍ୟରେ ଚିକିତ୍ସା ସେବା ଯେପରି ବାଧାପ୍ରାପ୍ତ ନହୁଏ ଏବଂ ଜନସାଧାରଣ ଯେପରି ସୁବିଧାରେ ସ୍ୱାସ୍ଥ୍ୟସେବା ପାଇପାରିବେ, ସେଥିପାଇଁ ଆନ୍ଦୋଳନ ପ୍ରତ୍ୟାହାର କରି ତୁରନ୍ତ ସ୍ୱାସ୍ଥ୍ୟ ସେବା ସ୍ୱାଭାବିକ କରିବା ସହ ବୈଠକରେ ଯୋଗଦେବାକୁ ସରକାର ଅନୁରୋଧ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    21.9 ° C
    21.9 °
    21.9 °
    95 %
    1.1kmh
    11 %
    Wed
    22 °
    Thu
    29 °
    Fri
    29 °
    Sat
    30 °
    Sun
    31 °

    ସମ୍ବନ୍ଧିତ