Wednesday, March 25, 2026
25.5 C
Odisha

    କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ, ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ ହୋଇଥିବା ସୂଚନା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ । ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କୁ ନୂଆଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥ ଅନୁଭବ କରିବା ସହ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ଡାକ୍ତର ଅନୂପ ବାସୁଙ୍କ ନେତୃତ୍ୱରେ ଏକ ମେଡିକାଲ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି ।

    ତାଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ସ୍ଥିର ଥିବା କୁହାଯାଉଛି । ପୁଅ ରାହୁଲ ଗାନ୍ଧୀ ଏବଂ ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଡାକ୍ତରଖାନାରେ ତାଙ୍କ ପାଖରେ ଉପସ୍ଥିତ ଅଛନ୍ତି। ତେବେ ୨୦୨୬ ମସିହାରେ ସୋନିଆ ଗାନ୍ଧୀ ଦ୍ୱିତୀୟ ଥର ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ପୂର୍ବରୁ ଜାନୁଆରୀ ମାସରେ ମଧ୍ୟ ଶ୍ୱାସକ୍ରିୟା ଜନିତ ସମସ୍ୟା ପାଇଁ ସେ ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

    ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇଥିଲେ । ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାରମ୍ଭିକ ସୂଚନା ଅନୁଯାୟୀ ସୋନିଆ ଗାନ୍ଧୀଙ୍କୁ ନିୟମିତ ଯାଞ୍ଚ ପାଇଁ ଭର୍ତ୍ତି କରାଯାଇଥିଲା ।
    ତେବେ ତାଙ୍କ ସ୍ବାସ୍ଥରେ ଉନ୍ନତି ହୋଇଛି ତେଣୁ ସକାଳ ସୁଦ୍ଧା ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇପାରେ ବୋଲି ଜଣାପଡିଥିଲା । ତେବେ ସୋନିଆ ଗାନ୍ଧୀଙ୍କ ବୟସ ୭୮ ବର୍ଷ । ତାଙ୍କୁ ଫେବୃଆରୀ ୧୩ ତାରିଖରେ ସଂସଦର ବଜେଟ ଅଧିବେଶନ ସମୟରେ ରାଜ୍ୟସଭାରେ ସାଧାରଣରେ ଦେଖାଯାଇଥିଲା । ଫେବୃଆରୀ ୧୦ ତାରିଖରେ ସୋନିଆ ଗାନ୍ଧୀ ସରକାରଙ୍କୁ ଯଥାଶୀଘ୍ର ଜନଗଣନା ସାରିବାକୁ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.5 ° C
    25.5 °
    25.5 °
    64 %
    2.1kmh
    39 %
    Wed
    26 °
    Thu
    38 °
    Fri
    40 °
    Sat
    40 °
    Sun
    41 °

    ସମ୍ବନ୍ଧିତ