Saturday, May 2, 2026
25.9 C
Odisha

    କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ; ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ

    ଆଗକୁ ପଢନ୍ତୁ

    କଟକ : କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ ରହିଛି। ୩୬ ଘଣ୍ଟିଆ କର୍ଫ୍ୟୁ ଆଜି ଦିନ ୧୦ଟାରେ ସମାପ୍ତ ହେବ । ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ସମ୍ବେଦନଶୀଳ ଅଞ୍ଚଳରେ ପୋଲିସର କଡ଼ା ପହରା ରହିଛି । ସହର ସାରା ପୋଲିସ ଛାଉଣୀ ରହିଛି । ଛକ ଛକରେ ପଇଁତରା ମାରୁଛନ୍ତି ସୁରକ୍ଷା ବଳ । ପାଟ୍ରୋଲିଂ ଓ ଚେକିଂ ଜାରି ରହିଛି । କିଛି ସ୍ଥାନରେ ରାସ୍ତା କଡ଼ରେ ଥିବା ଦୋକାନ ଖୋଲିଛି । ଜରୁରୀ ସେବା ପାଇଁ ପରିଚୟପତ୍ର ଯାଞ୍ଚ କରି ଛଡ଼ାଯାଉଛି । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ ଗିରଫ କରାଯାଇଛି । କୌଣସି ପ୍ରକାର ଗୁଜବରେ ବିଶ୍ବାସ ନକରିବାକୁ ପରାମର୍ଶ ଦେଇଛି ଓଡ଼ିଶା ପୋଲିସ ।

    ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.9 ° C
    25.9 °
    25.9 °
    58 %
    2.1kmh
    0 %
    Fri
    26 °
    Sat
    39 °
    Sun
    41 °
    Mon
    41 °
    Tue
    36 °

    ସମ୍ବନ୍ଧିତ