Monday, March 30, 2026
33.2 C
Odisha

    କଟକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କଟକର ଏକ ଘରୋଇ ନର୍ସିଂ ହୋମ୍ ରେ ନିଆଁ ଲାଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ରୋଗୀମାନଙ୍କ ଜୀବନ ବଞ୍ଚାଉ ଥିବା ସଂସ୍ଥା ଏ ସବୁ ବିଷୟ ପ୍ରତି ଅଧିକ ସଚେତନ ହେବା ଆବଶ୍ୟକ।ଚିକିତ୍ସିତ ରୋଗୀମାନଙ୍କୁ ଯଥାଶୀଘ୍ର ଅନ୍ୟାନ୍ୟ ଚିକିତ୍ସାଳୟକୁ ନେଇ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ସ୍ୱାସ୍ଥ୍ୟ ସଚିବ ଓ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନି ନିରାପତ୍ତା ଜନିତ ସମସ୍ତ ନିୟମକୁ କଡାକଡି ପାଳନ କରିବା ପାଇଁ ସେ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.2 ° C
    33.2 °
    33.2 °
    22 %
    1.2kmh
    97 %
    Mon
    33 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ