Saturday, March 14, 2026
21.9 C
Odisha

    କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:-କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଚଢ଼ାଉ ବେଳେ ବାବୁଙ୍କ ଘରୁ ପୁଳା ପୁଳା ସୁନା ମିଳିଛି। ସୁନା ହାର, ଚେନ, ଚୁଡ଼ି, ମୁଦି ଏମିତି କେତେ କଣ ଅଳଙ୍କାରଭିଜିଲାନ୍ସ ହାତରେ ଲାଗିଛି। ୨୫ରୁ ଅଧିକ ସୁନା ମୁଦି, ପାଖାପାଖି ୩୦ଟି ସୁନା ହାର ଏହାସହ ଅନ୍ୟ ଅଳଙ୍କାର ଭିଜିଲାନ୍ସ ଜବତ କରିଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ରେଡ ଚାଲିଛି।
    ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ ଚାଲିଛି । ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ କରୁଛି ଭିଜିଲାନ୍ସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.9 ° C
    21.9 °
    21.9 °
    32 %
    1.1kmh
    0 %
    Sat
    38 °
    Sun
    38 °
    Mon
    38 °
    Tue
    37 °
    Wed
    37 °

    ସମ୍ବନ୍ଧିତ