ନୂଆଦିଲ୍ଲୀ : ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଶ୍ୱସ୍ତି । ଏଲପିଜି ଗ୍ୟାସ ସିଲିଣ୍ଡରକୁ ଦାମ୍ କମିଛି । ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ୫୧ ଟଙ୍କା ହ୍ରାସ ପାଇଛି । ଆଜିଠୁ ଏହି ନୂଆ ଦର ଲାଗୁହେବ । କିନ୍ତୁ, ଏହି ହ୍ରାସ କେବଳ ୧୯ କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରରେ କରାଯାଇଛି ।
ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୫୮୦ ଟଙ୍କା ହେବ । ଦିଲ୍ଲୀରେ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୧୬୩୧.୫୦ ଟଙ୍କା ରହିଛି । ଆଜିଠାରୁ ନୂଆ ସିଲିଣ୍ଡର ଦାମ୍ ସେପ୍ଟେମ୍ବର ୧ ରୁ ଲାଗୁ ହେବ । ଗତମାସରେ ଏଲପିଜି ଗ୍ୟାସ୍ ଦର ସ୍ଥିର ରହିଥିଲା । ଆଜିଠାରୁ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୧.୫୦ ଟଙ୍କା ହ୍ରାସ ପାଇଛି । ଦିଲ୍ଲୀରେ, ସେପ୍ଟେମ୍ବର ୧ ଆଜିଠାରୁ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ଖୁଚୁରା ବିକ୍ରୟ ମୂଲ୍ୟ ୧୫୮୦ ଟଙ୍କା ହେବ । ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।