Saturday, March 21, 2026
19.7 C
Odisha

    କମିଲା ପେଟ୍ରୋଲ ଏବଂ ଡିଜେଲ ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍?

    ଆଗକୁ ପଢନ୍ତୁ

    ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି ।

    ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫.୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୮ ପଇସା ରହିଛି ।

    ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    77 %
    3.2kmh
    100 %
    Fri
    20 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ