Monday, March 16, 2026
24.3 C
Odisha

    କଲେଜ ଛାତ୍ରୀ ଗଣଦୁଷ୍କର୍ମ ମାମଲା: ଖୁବଶୀଘ୍ର ଦାଖଲ କରାଯିବ ଚାର୍ଜଶିଟ୍‌

    ଆଗକୁ ପଢନ୍ତୁ

    କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ଖୁବଶୀଘ୍ର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କଟକ ଡିସିପି ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଡିସିପିଙ୍କ ସୂଚନା ଦେଇଛନ୍ତି। ଗିରଫ ୬ ଅଭିଯୁକ୍ତଙ୍କ ମୋବାଇଲ ଜବତ କରାଯାଇଛି। ଏପରିକି ଅଭିଯୁକ୍ତଙ୍କ ବିରୋଧରେ ଏସ୍‌ସି/ଏସ୍‌୍‌ଟି ଆକ୍ଟ ଏବଂ ଆଇଟି ଆକ୍ଟରେ ମାମଲା ରୁଜୁ ହୋଇଛି। ଜବତ ଫୋନ୍‌କୁ ଏସ୍‌ଏଫ୍‌ଏସ୍‌ଏଲ୍‌କୁ ପଠାଯିବ। ଅନ୍ୟପକ୍ଷେ ଅଭିଯୁକ୍ତମାନଙ୍କ ଖୁବଶୀଘ୍ର କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଡିସିପି କହିଛନ୍ତି।
    ସୂଚନା ମୁତାବକ, ଦୁର୍ଗାପୂଜା ସମୟରେ ଜଣେ କଲେଜ ଛାତ୍ରୀଙ୍କୁ ପୁରୁଷବନ୍ଧୁ ଓ ତାଙ୍କ ସାଙ୍ଗମାନେ ଗଣବଳାତ୍କାର କରିଥିଲେ। ଏପରି କି ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ମଧ୍ୟ କରାଯାଇଛି। ଉକ୍ତ ଭିଡିଓ ଜରିଆରେ ଛାତ୍ରୀଙ୍କୁ ବ୍ଲାକମେଲ୍‌ କରି ଅଭିଯୁକ୍ତମାନେ ବାରମ୍ବାର ବଳାତ୍କାର କରିଥିବା ନେଇ ପୀଡିତା ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ୬ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.3 ° C
    24.3 °
    24.3 °
    44 %
    1.4kmh
    78 %
    Mon
    37 °
    Tue
    38 °
    Wed
    37 °
    Thu
    36 °
    Fri
    35 °

    ସମ୍ବନ୍ଧିତ