କଳାହାଣ୍ଡି: କଳାହାଣ୍ଡି ଜିଲ୍ଳାର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ । ଧର୍ମଗଡ, ଜୁନାଗଡ଼ ,କୋକସରା ,ଗୋଲାମୁଣ୍ଡା, ଜୟପାଟଣା ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ମୃଦୁ ଭୁମିକମ୍ପ ଅନୁଭୂତ । ୪ ସେକେଣ୍ଡ ସମୟ ଧରି ଥରିଥିଲା ଅଂଚଳ । ସଂଧ୍ୟା ୭.୪୧ ରେ ଏକ କମ୍ପନ ସହ ଶବ୍ଦ ସୃଷ୍ଟି ହୋଇଛି ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି ହୁଏ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ ।
